ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୫୦ରୁ ୬୦ କିମି ବେଗରେ ବହିବ ପବନ!

ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗଜପତି, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହା ଅନୁଭୂତ ହେବ ବୋଲି ପାଣି ପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହି ପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାତି ୮ଟା ୧୫ ଭିତରେ କାଳବୈଶାଖୀ ହୋଇପାରେ ବୋଲି ଆଶା କରାଯାଉଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।

ମାର୍ଚ୍ଚ ୩୧(ଶନିବାର)ଠାରୁ ପାଗରେ ପରିବର୍ତନ ଆସିବ। ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ କାଳବୈଶାଖୀ ସାଙ୍ଗକୁ ବର୍ଷାର ଆଶଙ୍କା ରହିଛି। ଖୋର୍ଧା, ନୟାଗଡ଼, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁରର ଗୋଟିଏ ଦୁଇଟି ସ୍ଥାନରେ ୫୦ରୁ ୬୦ କି.ମି. ବେଗରେ ପବନ ହେବ। ୩ ବେଳକୁ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏଥି ସହ ଏପ୍ରିଲ ୬ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *